ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା ଭୁବନେଶ୍ୱର XIMB

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରରେ ଚିନ୍ତା ବଢ଼ାଇଲା କରୋନା। ରାଜଧାନୀ ଭୁବନେଶ୍ୱର ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ XIMBରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(BMC) ଶିକ୍ଷାନୁଷ୍ଠାନକୁ ସିଲ୍‌ କରିଛି। ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏହି ଘରୋଇ ମ୍ୟାନେଜମେଣ୍ଟ ଶିକ୍ଷାନୁଷ୍ଠାନ ଅଛି।

ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ ସମ୍ପୂର୍ଣ୍ଣ ବାରଣ କରାଯାଇଥିବା ବେଳେ କ୍ୟାମ୍ପସ ଭିତରେ ଥିବା ବ୍ୟକ୍ତିଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି। କେବଳ ବିଏମ୍‌ସି କର୍ମଚାରୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିଛି। XIMBର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେସନ୍‌ରେ ରହିବା ଲାଗି କୁହାଯାଇଛି। BMC ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି।

ସୂଚନାଥାଉ କି, କିଛିଦିନ ତଳେ କଟକର ଏକ ଘରୋଇ କଲେଜରୁ ପ୍ରଥମେ ୧୨ ଜଣ ଓ ପରେ ସମ୍ପୃକ୍ତ କଲେଜରୁ ପୁଣି ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ଆଉ ଏକ ଶିକ୍ଷାନୁଷ୍ଠାନରୁ ୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଉକ୍ତ ଶିକ୍ଷାନୁଷ୍ଠାନର ୧୭ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସିଏମ୍‌ସି ସୂତ୍ରରୁ ଜଣାପଡ଼ିଥିଲା।

You might also like