୨୯ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ, ତାମିଲନାଡୁ ଓ ପୁଡ଼ୁଚେରୀ ମୁହାଁ ହେଉଛି ସାମୁଦ୍ରିକ ଝଡ଼ ନିଭାର୍। ଆଜି ଭୋରରୁ ଏହା ତୀବ୍ର ବାତ୍ୟାରେ ପରିଣତ ହୋଇଛି। ଆଜି ବିଳମ୍ବିତ ରାତି କିମ୍ବା ଆସନ୍ତାକାଲି ସକାଳେ ଏହି ବାତ୍ୟା ସ୍ଥଳଭାଗ ଛୁଇଁପାରେ। ପୁଡୁଚେରୀର କରାଇକେଲ୍‌ରୁ ତାମିଲନାଡ଼ୁର ମାମଲାପୁରମ୍ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ପଢ଼ନ୍ତୁ: ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

You might also like