୧୯ରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ। ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ବେଳକୁ ଦାନାବାନ୍ଧି ପାରେ ଆଉ ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ତେବେ ଏନେଇ ବିସ୍ତୃତ ସୂଚନା ବା ପୂର୍ବାନୁମାନ ଆସିନାହିଁ। ପୂର୍ବରୁ ଲଘୁଚାପ ବର୍ଷାରେ ଦକ୍ଷିଣ ଓଡ଼ିଶାର ସ୍ଥିତି ବେହାଲ ହୋଇଥିବା ବେଳେ ଆଉଏକ ଲଘୁଚାପ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପୁଣି ଚିନ୍ତା ବଢାଇଛି।

ପ୍ରକାଶଥାଉକି, ଗତ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିଲା। ଏହା କ୍ରମଶଃ ଅବପାତ ଓ ଗଭୀର ଅବପାତର ରୂପ ନେଇ ୧୩ ତାରିଖ ସକାଳେ ଆନ୍ଧ୍ର ଉପକୂଳର ସ୍ଥଳଭାଗ ଛୁଇଁଥିଲା।

ଏହାର ପ୍ରଭାବରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ସମେତ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହୋଇଥିଲା।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like