• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଆସନ୍ତା ୮ ତାରିଖ ଆଡ଼କୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜୁନ୍‌ ୯ ଯାଏ ଏଭଳି ସ୍ଥିତି ଲାଗି ରହିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଜୁନ୍‌ ୫ରୁ ଜୁନ୍‌ ୬ ତାରିଖ ସକାଳ ସାଢ଼େ ୮ଟା ଯାଏ ୬ଟି ଜିଲ୍ଲାରେ ଝଡ଼ତୋଫାନ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି। 

ଜୁନ୍‌ ୬ରୁ ଜୁନ୍‌ ୭ ତାରିଖ ସକାଳ ସାଢ଼େ ୮ଟା ଯାଏ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ।  ଏହି ସବୁ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। 

ଜୁନ୍‌ ୭ରୁ ଜୁନ୍‌ ୮ ତାରିଖ ସକାଳ ସାଢ଼େ ୮ଟା ଯାଏ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। 

ଜୁନ୍‌ ୮ରୁ ଜୁନ୍‌ ୯ ତାରିଖ ସକାଳ ସାଢ଼େ ୮ଟା ଯାଏ ରାଜ୍ୟର ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ।

ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ମଧ୍ୟ ବହିପାରେ।

A-low-pressure-likely-formed-in-bay-of-bengal-2
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories