ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଥିଲା ବେଳେ ଆସନ୍ତା ୨୩ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏବେ ଜାରି ରହିଥିବା ଲଘୁଚାପ ଜନିତ ବର୍ଷା ୨୧ରେ ସାମାନ୍ୟ କମିବାର ସମ୍ଭାବନା ରହିଛି। ହେଲେ ୨୩ରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷା ହୋଇପାରେ।

ଅନ୍ୟପକ୍ଷରେ, ଲଘୁଚାପ ପ୍ରଭାବରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା। ଏହାସହ ୧୩ ଜିଲ୍ଲାରେ ଝଡ଼ତୋଫାନ ସହ ସ୍ୱଳ୍ପ ଧରଣର ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ମାଲକାନଗିରି ଓ କୋରାପୁଟ। ଭୁବନେଶ୍ୱରରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

You might also like