ହଜିଗଲା ମାନବିକତା: ଚିକିତ୍ସା ପାଇଁ ବହୁ କାକୁତି ମିନତି କଲେ, ହେଲେ କେହି ଶୁଣିଲେନି…

ଢେଙ୍କାନାଳ: ହଜିଗଲା ମାନବିକତା। ରୋଗୀଙ୍କୁ ଚିକିତ୍ସା କରିବା ତ ଦୂରର କଥା ଆହା ପଦେ କହିବା ପାଇଁ ବି କେହି ବାହାରିଲେନି। ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି ଏଭଳି କିଛି ଅଭାବନୀୟ ଦୃଶ୍ୟ।

ମେଡିକାଲ ପରିସରରେ ତଳେ ପଡ଼ିଛନ୍ତି ଜଣେ ରୋଗୀ। ଆଉ ତାଙ୍କୁ ଚିକିତ୍ସା କରାଇବାକୁ ନେହୁରା ହେଉଛନ୍ତି ଜଣେ ମହିଳା। ମାତ୍ର ସେଠାରେ ଥିବା ସୁରକ୍ଷାକର୍ମୀ କି ଅନ୍ୟ କୌଣସି କର୍ମଚାରୀ ସହାୟତା ପାଇଁ ଆଗେଇ ଆସୁ ନାହାନ୍ତି। ମହିଳା ଜଣକ କୌଣସି ଉପାୟ ନ ପାଇ ରୋଗୀଙ୍କ ଛାତିକୁ ଦବାଉଛନ୍ତି, ଆଉ ନିଜେ ରୋଗୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ସୋସିଆଲ୍ ମିଡିଆରେ ଏହି ଭିଡିଓଟି ଭାଇରାଲ୍ ହୋଇଛି।

ତଳେ ପଡ଼ିଥିବା ବ୍ୟକ୍ତି ଜଣଙ୍କ ଅନୁଗୁଳର ଜଣେ ସରକାରୀ କର୍ମଚାରୀ ଓ ତାଙ୍କ ଘର ଢେଙ୍କାନାଳରେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ସେ କୋଭିଡ୍ ଟେଷ୍ଟ ପାଇଁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ମାତ୍ର କରୋନା ପଜିଟିଭ୍ ବାହାରିବା ପରେ ବ୍ୟକ୍ତି ଜଣକ ତଳେ ପଡ଼ି ଯାଇଥିଲେ। ଏହା ପରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ସିଡିଏମ୍ଓ କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like