ପଳାଶୁଣୀ ଓଭରବ୍ରିଜ୍‌ ଦବିବା ଘଟଣା; ନିମ୍ନମାନର କାମ ହୋଇଥିବା ଅଭିଯୋଗ ଆଣିଲେ ଲୋକେ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ପଳାଶୁଣୀ ଓଭରବ୍ରିଜ୍‌ ଦବିବା ଘଟଣାରେ ସ୍ଥାନୀୟ ଲୋକେ ତଦନ୍ତ ଦାବି କରିଛନ୍ତି।  ନିମ୍ନମାନର କାମ ହୋଇଥିବାରୁ ଏଭଳି ଅଘଟଣ ଘଟିଥିବା ଲୋକେ ଅଭିଯୋଗ କରିଛନ୍ତି।

ଗତକାଲି ରାତିରେ ହାଇଟେକ୍ ଛକ ନିକଟରେ ଥିବା ଓଭର୍ ବ୍ରିଜ୍‌ର କିଛି ଅଂଶ ଦବିଯାଇଥିଲା। ଏହି ଘଟଣା ଜଣାପଡ଼ିବା ପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଅନ୍ୟପକ୍ଷରେ ବ୍ରିଜ୍‌ ଦବିଯିବା ନେଇ ଖବର ପ୍ରସାରଣ ପରେ, ଘଟଣାସ୍ଥଳରେ ଟ୍ରାଫିକ୍ ପୁଲିସ୍‌ ଓ ଏନଏଚ୍ଏଆଇ ଅଧିକାରୀ ପହଞ୍ଚିବା ସହ ବ୍ରିଜ୍ ଦବିଥିବା ସ୍ଥାନକୁ କର୍ଡନ କରି ବାଲି ବସ୍ତା ପକାଇଥିଲେ। ଫଳରେ ଓଭରବ୍ରିଜ୍ ଉପରେ ଗାଡି ଚଳାଚଳ ଧୀରେଧୀରେ ସ୍ୱାଭାବିକ ହୋଇଥିଲା।

ତେବେ କାହିଁକି ଏବଂ କେଉଁ ପରିସ୍ଥିତିରେ ବ୍ରିଜ୍‌ ଦବିଲା, ନିମ୍ନ ମାନର କାମ ନା ଅନ୍ୟ କୌଣସି କାରଣ ରହିଛି, ସେନେଇ ଯାଞ୍ଚ କରାଯାଉଛି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like