ଘାଟିରୁ ୭୦ ଫୁଟ ତଳକୁ ଖସିପଡ଼ିଲା ଟ୍ରକ୍

ବାରିପଦା: ଘାଟିରୁ ୭୦ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ୍। ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ସ୍ଥିତ ଦୁଆରଶୁଣୀ ଘାଟିରୁ ପ୍ରାୟ ୭୦ ଫୁଟ୍‌ ତଳକୁ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ପଡ଼ିଛି।

ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ ହେଲ୍‌ପର୍‌ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ବାରିପଦା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ସୂଚନ ଅନୁସାରେ, ଟ୍ରକ୍‌ଟି ମହାରାଷ୍ଟ୍ରର ନାସିକରୁ ପିଆଜ ବୋଝେଇ କରି କୋଲକାତା ଅଭିମୁଖେ ଯାଉଥିବାବେଳେ ଦୁଆରଶୁଣୀ ଘାଟିରେ ଘଶଟିରୁ ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣାରେ ଟ୍ରକ୍‌ଟି ସମ୍ପୂର୍ଣ୍ଣ ଭାବରେ ଭାଙ୍ଗି ଯାଇଥିବାବେଳେ ପିଆଜ ଗୁଡ଼ିକ ଘାଟିରେ ଏଣେତେଣେ ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ହେଲ୍‌ପର୍‌ଙ୍କୁ ଉଦ୍ଧାର କରିଥିବାବେଳେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି।

ଗତ ସପ୍ତାହକ ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ଏହା ପୂର୍ବରୁ ମଧ୍ୟ ଘାଟି ତଳକୁ ପିଆଜ ବୋଝେଇ ଟ୍ରକ୍ ଖସି ପଡ଼ିଥିଲା। ‌

ଆହୁରି ପଢ଼ନ୍ତୁ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

You might also like