ରାସ୍ତାକଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଦିଗିସିରା ନିକଟସ୍ଥ ରାସ୍ତାକଡ଼ରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଶିଶୁଟିକୁ ଉଦ୍ଧାର କରାଯାଇଥିଲା।

ସୂଚନା ଅନୁଯାୟୀ, ସ୍ଥାନୀୟ ଲୁଣିବାହାଲ ଗାଁର ଜଣେ ବ୍ୟକ୍ତି ରାସ୍ତାକଡ଼ରେ ଶିଶୁପୁତ୍ର ପଡ଼ିଥିବା ଦେଖିଥିଲେ। ସେ ଛୁଆଟିକୁ ଉଦ୍ଧାର କରି ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଛୁଆଟି ସୁସ୍ଥ ଥିବା ଡାକ୍ତର କହିଛନ୍ତି।

ପୁରୁଣାକଟକ ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଏହାସହ ଶିଶୁଟିକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି।

ତେବେ ଶିଶୁପୁତ୍ରଟିକୁ କେହି ଜନ୍ମପରେ ରାସ୍ତାରେ ଫିଙ୍ଗି ଚାଲିଯାଇଥିବା ଜଣାପଡ଼ିଛି।

You might also like