ମିତାଙ୍କ ଚିକିତ୍ସା ପାଇଁ ସହଯୋଗର ହାତ ବଢ଼ାଇଲା ଜିଲ୍ଲା ପ୍ରଶାସନ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ୍‌ ଅନ୍ତର୍ଗତ ପେରୁପାଙ୍ଗୁ ଗାଁର ମିତା ଶବର ନାମକ ଜଣେ ଯୁବତୀଙ୍କ ଡାହାଣ ହାତ ଅସ୍ୱାଭାବିକ ଭାବେ ବଢ଼ିବାରେ ଲାଗିଛି। ଏନେଇ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ସହଯୋଗର ହାତ ବଢ଼ାଇଛି।

ଗତକାଲି ଜିଲ୍ଲା ପ୍ରଶାସନ ପକ୍ଷରୁ  ମିତାଙ୍କୁ ରାୟଗଡ଼ା ଆଣି ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଏହାପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ଜିଲ୍ଲା ରେଡ୍‌କ୍ରସ୍‌ ପାଣ୍ଠିରୁ ତାଙ୍କ ଚିକିତ୍ସା ପାଇଁ ଖର୍ଚ୍ଚ ବହନ କରାଯିବ ବୋଲି ସିଡିଏମ୍‌ଓ ଡାକ୍ତର ଚନ୍ଦ୍ରିକା ପ୍ରସାଦ ଦାଶ କହିଛନ୍ତି।

ଗତ ୫ ବର୍ଷ ହେବ ମିତାଙ୍କ ଡାହାଣ ହାତ ଅସ୍ୱାଭାବିକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏମିତିକି ସେ ଦୈନନ୍ଦିନ କାମ ମଧ୍ୟ କରିପାରୁ ନାହାନ୍ତି।ପୂର୍ବରୁ ତାଙ୍କ ପରିବାର ପକ୍ଷରୁ ତାଙ୍କର ଚିକିତ୍ସା ପାଇଁ ଅନେକ ଚେଷ୍ଟା କରାଯାଇଥିଲା। ହେଲେ ଅର୍ଥାଭାବ ତାଙ୍କ ଚିକିତ୍ସାରେ ବାଧକ ସାଜିଥିଲା।

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like