କାଲିଠୁ ସ୍କୁଲରେ ନାମଲେଖା ଆରମ୍ଭ

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟର ମାଧ୍ୟମିକ ଓ ପ୍ରାଥମିକ ସ୍କୁଲରେ ନାମଲେଖା ଆରମ୍ଭ। ନାମଲେଖା ପାଇଁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଚିଠି ଲେଖିଛନ୍ତି। ସବୁ DEO, BEO, DPCଙ୍କୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ଚିଠି ଲେଖିଛନ୍ତି। ମେ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟ ଦିବସରେ ସକାଳ ୭ଟାରୁ ୯.୩୦ ପର୍ଯ୍ୟନ୍ତ ହେବ ନାମଲେଖା ଚାଲିବ।  ଏକସମୟରେ ୫ ଜଣରୁ ଅଧିକ ଅଭିଭାବକଙ୍କୁ ସ୍କୁଲରେ ପ୍ରବେଶ ମନା କରାଯାଇଛି। କୋଭିଡ ଗାଇଡଲାଇନ ମାନି ନାମଲେଖା ପ୍ରକ୍ରିୟା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷା ସଂଯୋଗ ହ୍ୱାଟ୍ସ ଆପ୍ ଜରିଆରେ ଅଭିଭାବକଙ୍କୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

You might also like