ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଏମ୍ସ ଦେଲା ବଡ଼ ସୂଚନା

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ଦେଲେ ସୂଚନା
୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି
ଏମ୍ସର ୨, ରାଜ୍ୟ ସରକାରଙ୍କ ୨ ଡାକ୍ତର ତଦାରଖ କରୁଛନ୍ତି
ବର୍ତ୍ତମାନ ପ୍ରଦୀପ୍ତ ନାଏକ ICUରେ ଭେଣ୍ଟିଲେଟରରେ ଅଛନ୍ତି

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ସୂଚନା ଦେଇଛନ୍ତି ଏମ୍ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି। ସେ କହିଛନ୍ତି ଯେ, ୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି। ଏହାସହ ଏମ୍ସର ୨ ଓ ରାଜ୍ୟ ସରକାରଙ୍କ ୨ ଡାକ୍ତର ପ୍ରଦୀପ୍ତଙ୍କ ତଦାରଖ କରୁଛନ୍ତି। ବର୍ତ୍ତମାନ ପ୍ରଦୀପ୍ତ ନାଏକ ICUରେ ଭେଣ୍ଟିଲେଟରରେ ରହି ଚିକିତ୍ସା ହେଉଛନ୍ତି। ଆବଶ୍ୟକ ହେଲେ ତାଙ୍କୁ ଭଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ ବୋଲି ସେ କହିଛନ୍ତି। କିନ୍ତୁ ବର୍ତ୍ତମାନ ସେଭଳି ସ୍ଥିତି ଆସିନଥିବା ସ୍ପଷ୍ଟ କରିଛନ୍ତି ନିର୍ଦ୍ଦେଶିକା।

ଗତ ୧୯ ତାରିଖରେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ତାଙ୍କୁ ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ଚାଲିଥିଲେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁନଥିଲା। ଗତକାଲି ତାଙ୍କ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି।  ତେବେ କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା କାଲି ଗୁରୁତର ଥିଲା।  ଚିକିତ୍ସାଧୀନ ଅବସ୍ଥାରେ କିଛି ଦିନ ଠିକ୍‌ ରହିବା ପରେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାକୁ ଆରମ୍ଭ କଲା।

ସେପଟେ, ଗତକାଲି କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ପ୍ରଦୀପ୍ତ ନାଏକ ଓ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ପତ୍ନୀ ପ୍ରମିଳା ନାଏକଙ୍କ ସହ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଫୋନରେ ପ୍ରମିଳାଙ୍କ ସହ କଥା ହୋଇ ପ୍ରଦୀପ୍ତଙ୍କ ସ୍ୱାସ୍ଥାବସ୍ଥା ପଚାରି ବୁଝିଛନ୍ତି। ସେ କିପରି ଅଛନ୍ତି ସେ ନେଇ କଥା ହୋଇଥିଲେ ମୋଦି।

ସେହିପରି ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରିବାରଲୋକଙ୍କ ସହ ବି କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ତାଙ୍କ ସ୍ୱାସ୍ଥ୍ୟବସ୍ଥା ବି ପଚାରି ବୁଝିଛନ୍ତି।  ଉଭୟଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଗତକାଲି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ ଆଲୋଚନା କରାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
You might also like