ମାର୍ଚ୍ଚ ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ମାର୍ଚ୍ଚ ୩୧ ଯାଏ ରାଜ୍ୟର ସବୁ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିବା ସହ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଘୋଷଣା କରିଛନ୍ତି। ଏହାସହ ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ କରିବାକୁ ଘୋଷଣା ହୋଇଛି।

ତେବେ ପରୀକ୍ଷା ଚାଲିଥିବା ଶିକ୍ଷାନୁଷ୍ଠାନ ବନ୍ଦ ହେବନାହିଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ଅତି ଆବଶ୍ୟକ ନଥିଲେ କୌଣସି ସେମିନାର୍‌, ୱାର୍କସପ୍ ଆୟୋଜନ ଉପରେ କଟକଣା ଜାରି କରାଯାଇଛି।

ସେହିପରି ବାହାଘର, ବ୍ରତଘର, ଧାର୍ମିକ ଉତ୍ସବ ଆୟୋଜନ ପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ନେବାକୁ ପଡ଼ିବ।

କରୋନା ସମ୍ପର୍କରେ ଗୁଜବ ପ୍ରଚାର କରୁଥିବା ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାସହ ବାହାରେ ପାନଛେପ ନ ପକାଇବାକୁ ମୁଖ୍ୟମନ୍ତ୍ରୀ ଲୋକମାନଙ୍କୁ ଅନୁରୋଧ କରିଛନ୍ତି।

ରାଜ୍ୟରେ କରୋନା ମୁକାବିଲା ପାଇଁ ୨୦୦ କୋଟିର ପାଣ୍ଠି ଗଠନ କରାଯାଇଛି। ରାଜ୍ୟ କ୍ୟାବିନେଟ୍ ବୈଠକରେ ଆଜି ଏ ସମ୍ପର୍କୀତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

You might also like