ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ।  ଏ ନେଇ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍ସ ଜାରି ହୋଇଛି।

ବିଧାୟକଙ୍କ ସହ ସେମାନଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭରମାନଙ୍କ ମଧ୍ୟ କରୋନା ଟେଷ୍ଟ କରାଯିବ। ବିଧାୟକ, ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭରଙ୍କର RT-PCR ଟେଷ୍ଟ ହେବ। ଏଥିପାଇଁ ୨୭ ଓ ୨୮ ତାରିଖ ଦୁଇ ଦିନ ବିଧାନସଭା ପରିସରରେ ସ୍ୱତନ୍ତ୍ର କ୍ୟାମ୍ପରେ ଟେଷ୍ଟ କରାଯିବ।

ବିଧାନସଭା ଅଧିବେଶନର ପଞ୍ଚମ ଦିନ ଅର୍ଥାତ୍ ୪ ତାରିଖ ଦିନ ମଧ୍ୟ ସବୁ ବିଧାୟକଙ୍କର ଟେଷ୍ଟ କରାଯିବ। ଅଧିବେଶନ ବେଳେ କାହାକୁ ଅସ୍ୱାଭାବିକ ଲାଗିଲେ ଆଣ୍ଟିଜେନ ଟେଷ୍ଟ କରିପାରିବେ। ବିଧାନସଭା ସଚିବାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟ କରୋନା ଟେଷ୍ଟ ହେବ। ସେହିପରି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିରୋଧୀ ଦଳ ନେତାଙ୍କ ଅଫିସ କର୍ମଚାରୀଙ୍କର ମଧ୍ୟ କରୋନା ଟେଷ୍ଟ କରାଯିବ ବୋଲି BMC କମିଶନର ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖାଯାଇଛି।

You might also like