• translate
Rajalaxmi Sahoo

ସମ୍ୱଲପୁର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୧୯ ତାରିଖ ଯାଏ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ(ଭିମ୍‌ସାର୍‌)ର ସମସ୍ତ ବିଭାଗର ଓପିଡି ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।

ଏହି ନିଷ୍ପତ୍ତି ଅନୁଯାୟୀ, ମେଡିକାଲରେ କେବଳ କାଜୁଆଲିଟି ଓ ଏମର୍ଜେନ୍ସି ବିଭାଗ ଖୋଲା ରହିବ। ରୁଟିନ୍ ସର୍ଜରୀ ବନ୍ଦ ରହିବ। ରେଫେରାଲ ରୋଗୀଙ୍କୁ ଅନୁମତି ମିଳିବ।

ସେହିପରି ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି(ଭିସୁଟ୍‌)କୁ ମଧ୍ୟ ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାପାଳ ବନ୍ଦ ଘୋଷଣା କରିଛନ୍ତି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।

Other Stories