ଶିକ୍ଷକମାନଙ୍କୁ ସ୍କୁଲ ନ ଆସିବାକୁ ନିର୍ଦ୍ଦେଶ, ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର: କରୋନାକୁ ଦୃଷ୍ଟିରେ ରଖି ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ସ୍କୁଲକୁ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହାସହ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପରୀକ୍ଷାକୁ ଘୁଞ୍ଚା ଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ରଖାଯାଇଛି। ତେବେ ଦ୍ୱାଦଶ ଶ୍ରେଣୀ ପାଇଁ ଚାଲୁ ରହିଥିବା ପରୀକ୍ଷା ଜାରି ରହିବ। ସେହିପରି ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଖାତାଦେଖା ମଧ୍ୟ ଯଥାରୀତି ଚାଲିବ।

ସ୍କୁଲକୁ ନ ଆସିଲେ ବି ଶିକ୍ଷକମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ନିର୍ଦ୍ଦେଶ ପାଇଁ ଫୋନରେ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଥାଉ କି, କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୩୧ ଯାଏ ରାଜ୍ୟର ସବୁ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ଘୋଷଣା କରିଥିଲେ। ଏହାସହ ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଥିଲେ। ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରହିଛି।

You might also like