କଟକରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୨୪ ଘଣ୍ଟାରେ ଧରାପଡ଼ିଲେ ଅଭିଯୁକ୍ତ

କଟକ: ତିର୍ତ୍ତୋଲ ଅଞ୍ଚଳର ଜଣେ ନାବାଳିକାଙ୍କୁ  କଟକରେ ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ଅନ୍ୟ ଜଣେ ଫେରାର ଅଭିଯୁକ୍ତକୁ କମିଶନରେଟ ପୋଲିସ୍‌ ଗିରଫ କରିଛି। ପୂର୍ବରୁ ଜଣଙ୍କୁ ଗିରଫ କରି ପଚରାଉଚରା ଚଳାଇଥିଲା ପୋଲିସ୍।‌ ଏବେ ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ୍‌। ଗିରଫ ଦୁଇ ଅଭିଯୁକ୍ତ ହେଲେ ସନ୍ତୋଷ ବେହେରା ଓ ରାକେଶ ରାଉତ।

ଏହି ମାମଲାରେ ଶୀଘ୍ର ତଦନ୍ତ ଶେଷ କରି ଅଭିଯୋଗପତ୍ର ଦାଖଲ କରାଯିବା ସହ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସମସ୍ତ ଉଦ୍ୟମ କରାଯିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି।

ଅନ୍ୟପକ୍ଷେ, ମାମଲା ହେବାର ୨୪ ଘଣ୍ଟା ମଧ୍ୟରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାରୁ କଟକ ଡିସିପି ପ୍ରତୀକ ସିଂହଙ୍କୁ ସାଧୁବାଦ ଜଣାଇଛନ୍ତି ପୋଲିସ୍‌ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏହାସହ ଇନ୍ସପେକ୍ଟର ତାପସ ପ୍ରଧାନଙ୍କୁ ମଧ୍ୟ ସାଧୁବାଦ ଜଣାଇଛନ୍ତି ପୋଲିସ୍‌ କମିଶନର।

ଜଗତସିଂହପୁର ତିର୍ତ୍ତୋଲ ଅଞ୍ଚଳର ଏହି ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ୨୨ ଦିନ ଧରି ନାବାଳିକାଙ୍କୁ ଅକଥନୀୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

You might also like