• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୧୨ କରୋନା ଆକ୍ରାନ୍ତ। ସେମାନଙ୍କ ଭିତରୁ କେନ୍ଦୁଝରରୁ ୩୩, ବଲାଙ୍ଗିରରୁ ୧୬, ଯାଜପୁରରୁ ୧୧, ସୁନ୍ଦରଗଡ଼ରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଖୋର୍ଦ୍ଧାରୁ ୭ଜଣ ଅଛନ୍ତି। ସେହିପରି କଟକ ଓ ସୋନପୁରରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ପୁରୀ ଓ ସମ୍ୱଲପୁରରୁ ୩ ଜଣ ଲେଖାଏଁ, ନୟାଗଡ଼ରୁ ୨ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୭୧୬କୁ ବୃଦ୍ଧି ପାଇଛି।


ସେହିପରି ରାଜ୍ୟରେ ଆଉ ୧୭୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୧୪ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୨୩ ରହିଛି। 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୮୧କୁ ଛୁଇଁଛି। ତେବେ ୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

Another-112-covid-patients-have-recovered-and-are-being-discharged
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories