କରୋନାରୁ ଭଲ ହେଲେ ଆଉ ୧୨୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ। ଗଞ୍ଜାମରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି। ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ବଲାଙ୍ଗିର ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜରୁ ୭, କଟକରୁ ୪, ଯାଜପୁର, ନୟାଗଡ଼ ଓ ନୂଆପଡ଼ାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।


ଢେଙ୍କାନାଳ, ପୁରୀ ଓ ରାୟଗଡ଼ାରୁ ୨ ଲେଖାଏଁ ସୁସ୍ଥ ହୋଇଛନ୍ତି କେନ୍ଦ୍ରାପଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଏବେସୁଦ୍ଧା କରୋନା ସଂକ୍ରମଣରୁ ୨୫୯୪ ଜଣ ସୁସ୍ଥ ହୋଇଛନ୍ତି। ଆକ୍ରାନ୍ତଙ୍କ ଆରୋଗ୍ୟ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହୋଇଥିଲେ। ଆଜି ୨୨୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

You might also like