ସୁସ୍ଥ ହେଲେ ଆଉ ୧୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୧ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୪୪୨୨କୁ ବୃଦ୍ଧି ହୋଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କେଉଁ ଜିଲ୍ଲାରୁ କେତେ:-

ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହେଲେ। ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨ ଜଣ ସୁସ୍ଥ ହେଲେ। ଜଗତସିଂହପୁର ୭, ନବରଙ୍ଗପୁର ୬, କେନ୍ଦ୍ରାପଡ଼ାରୁ ୫, ବାଲେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଉ ୨୧୮  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୦ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୧୮୦ରେ ପହଞ୍ଚିଛି।

You might also like