ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ। ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ୨୬, ଖୋର୍ଦ୍ଧାରୁ ୨୩, ଗଂଜାମରୁ ୧୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଂଜରୁ ୧୩, ଗଜପତିରୁ ୧୨, ଭଦ୍ରକଓ ବଲାଙ୍ଗିରରୁ ୧୧ ଲେଖାଏଁ ସୁସ୍ଥ ହୋଇଛନ୍ତି।


ସେହିପରି କନ୍ଧମାଳ, କୋରାପୁଟ, ରାୟଗଡ଼ାରୁ ୫ ଲେଖାଏଁ ସୁସ୍ଥ ହୋଇଛନ୍ତି। କଳାହାଣ୍ଡିରୁ ୪, ଯାଜପୁର ଓ ନୟାଗଡ଼ରୁ ୩ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡ଼ା, ପୁରୀରୁ ୨ ଲେଖାଏଁ ଓ ଜଗତସିଂହପୁରରୁ ଜଣେ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ୧୪୬ ମିଶାଇ ରାଜ୍ୟରେ ୨୮୫୪ ଆକ୍ରାନ୍ତ ସୁସ୍ଥ ହେଲେଣି।

ରାଜ୍ୟରେ ଆଜି  ଆଉ ୧୪୬ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ ୧୮ଟି ଲୋକାଲ କେସ ରହିଛି। ଆଜି କନ୍ଧମାଳ ଜିଲ୍ଲାରେ ସର୍ବାଧିକ ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ୪୦୫୫ କରୋନା ପଜିଟିଭ ଚିହ୍ନଟ କରାଯାଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ଘଟିଛି।

You might also like