ରାଜ୍ୟରେ ଆଉ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ: ଏହି ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୪୯ ମଧ୍ୟରୁ ଗଂଜାମରୁ ସର୍ବାଧିକ ୫୭ ଜଣ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିଭଳି ଖୋର୍ଦ୍ଧାରୁ ୨୬, ବଲାଙ୍ଗିରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱର, ଯାଜପୁର ଓ ନୟାଗଡ଼ରୁ ୭ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀରୁ ୫ ଲେଖାଏଁ ସୁସ୍ଥ, ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨ ଜଣ ସୁସ୍ଥ, ବୌଦ୍ଧ ଓ କୋରାପୁଟରୁ ମଧ୍ୟ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହି ସମସ୍ତ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୨୮୨ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।

ରାଜ୍ୟରେ ଆଉ ୧୧୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିଭଳି ଆଜି ୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି ବୋଲି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖବର ଲେଖାଯିବା ସୁଦ୍ଧା, ରାଜ୍ୟରେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଥିବା ବେଳେ ସୁସ୍ଥ ହୋଇଛନ୍ତି ୨୨୮୨ ଓ ୯ ଜଣଙ୍କର ମୃତ୍ୟୁ ହୋଇଛି।

 

ଆହୁରି ପଢ଼ନ୍ତୁ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

You might also like