ସୁସ୍ଥ ହେଲେ ଆଉ ୧୮୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୮୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏଯାବତ୍ ରାଜ୍ୟରେ ୪,୬୦୬ ଜଣ ସୁସ୍ଥ ହେଲେଣି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।

କେଉଁ ଜିଲ୍ଲାରୁ କେତେ:-

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୪୫, ବାଲେଶ୍ୱରରୁ ୩୧, ଗଜପତିରୁ ୧୨, ଭଦ୍ରକରୁ ୧୦, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୬ ଲେଖାଏଁ ସୁସ୍ଥ ହୋଇଛନ୍ତି। କେନ୍ଦ୍ରାପଡ଼ା ଓ ପୁରୀରୁ ୫ ଲେଖାଏଁ ଏବଂ ସୁନ୍ଦରଗଡ଼ରୁ ୪, ବଲାଙ୍ଗିର ଓ କେନ୍ଦୁଝରରୁ ୩ ଲେଖାଏଁ ଏବଂ କଟକରୁ ୨ ସୁସ୍ଥ ହୋଇଛନ୍ତି। ସେହିପରି ଅନୁଗୁଳ, ଯାଜପୁର, କନ୍ଧମାଳ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି।

ଆହୁରି ପଢ଼ନ୍ତୁ

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

ଦୀପ୍ତିଜ୍ୟୋତି, ଆଦ୍ୟାଶା ପିନ୍ଧିଲେ ରଜ ରାଜକୁମାରୀ ମୁକୁଟ

ପଣ୍ୟ କାରବାରରେ ୧ ନମ୍ବର ପାରାଦୀପ ବନ୍ଦର

ଭୁବନେଶ୍ୱରରୁ ୪୫ କରୋନା ଆକ୍ରାନ୍ତ ଚିହ୍ନଟ; ୩୧ ସୁସ୍ଥ

‘ହୀରାକୁଦ୍ ଡ୍ୟାମ୍ ପାଣି ପରିଚାଳନା ଭଳି ହେଉଛି କରୋନା ମ୍ୟାନେଜ୍‌ମେଣ୍ଟ’

ଏ ବର୍ଷ ବୋଲବମ୍‌ ଯାତ୍ରା ବନ୍ଦ

କଟକ ସହର ସଟ୍‌ଡାଉନ୍‌

You might also like