ଆଜି ପୁଣି ସୁସ୍ଥ ହେଲେ ୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର; ରାଜ୍ୟରେ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଏହି ୭୨ ଜଣଙ୍କ ମଧ୍ୟରୁ ଗଂଜାମରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଏଥିସହିତ ସୋନପୁରରୁ ୯, ବଲାଙ୍ଗିରରୁ ୭, ଜଗତସିଂହପୁରରୁ ୬ ସୁସ୍ଥ କଟକ, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୫ ଲେଖାଏଁ ସୁସ୍ଥ ହୋଇଛନ୍ତି।  ସେହିପରି ବାଲେଶ୍ୱର ଓ ମୟୂରଭଂଜରୁ ୪ ଲେଖାଏଁ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡ଼ାରୁ ମଧ୍ୟ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ନୂଆ ୭୨ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୩୫୪କୁ ବୃଦ୍ଧିପାଇଛି।

ଅନ୍ୟପଟେ ଆଜି ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଚିହ୍ନଟ ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨ ରହିଥିଲା।

ଖବର ଲେଖାଯିବା ସୁଦ୍ଧା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ ଥିବା ବେଳେ ୧୦୨୦ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ସେହିଭଳି ରାଜ୍ୟରେ ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। 

You might also like