ଆଜି ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସେହିଭଳି କଟକରୁ ୭୮ ଜଣ କୋଭିଡ୍ ରୋଗୀ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୫୮, ଗଜପତିରୁ ୪୯, ଭଦ୍ରକରୁ ୩୩ ଜଣ ସୁସ୍ଥ ହୋଇଛନ୍ତି। କେନ୍ଦୁଝରରୁ ୩୧, ପୁରୀରୁ ୨୮, ନୟାଗଡ଼ରୁ ୨୨, ରାୟଗଡ଼ାରୁ ୨୦ ଓ ବାଲେଶ୍ୱରରୁ ୨୦ ଜଣ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରିଛି।

ଆଜି କୋରାପୁଟରୁ ମଧ୍ୟ ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି ମାଲକାନଗିରିରୁ ୧୬, ନବରଙ୍ଗପୁର ୧୩, କନ୍ଧମାଳ ୧୦, ସମ୍ବଲପୁର ୧୦, ଜୟପୁରରୁ ୯ ଓ କେନ୍ଦ୍ରାପଡ଼ାରୁ ବି ୯ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଆଜି ଜଗତସିଂହପୁରରୁ ୮, ବରଗଡ଼ରୁ ୭, ଢେଙ୍କାନାଳ ଓ ଝାରସୁଗୁଡ଼ାରୁ ୬ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର ଓ କଳାହାଣ୍ଡିରୁ ଦୁଇ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଓ ଅନୁଗୋଳରୁ ଜଣିଏ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରିଛି।  ଆଜିର ସୁସ୍ଥମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୧,୨୩୭ରେ ପହଞ୍ଚିଛି।

 

You might also like