ଆଉ ୪୪୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪୦ କରୋନା ଆକ୍ରାନ୍ତ। ଖୋର୍ଦ୍ଧାରୁ ୮୩, ଗଂଜାମରୁ ୬୮ଓ ବାଲେଶ୍ୱରରୁ ୪୯ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ମାଲକାନଗିରି ୪୦, ଜଗତସିଂହପୁର ୨୩, ଭଦ୍ରକ ୨୧, ମୟୂରଭଂଜରୁ ୨୦ ସୁସ୍ଥ ହୋଇଥିବା ବେଳେ କୋରାପୁଟ ୧୮, ପୁରୀ ୧୭, କଟକ ୧୧, ବରଗଡ଼ରୁ ୧୦ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡ଼ା, କେନ୍ଦୁଝର ଓ ନବରଙ୍ଗପୁରରୁ ୧୨ ଲେଖାଏଁ ସୁସ୍ଥ ହୋଇଛନ୍ତି। ଯାଜପୁର ଓ ଅନୁଗୁଳରୁ ୯ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୬ ଲେଖାଏଁ ସୁସ୍ଥ ହୋଇଛନ୍ତି।

ବଲାଙ୍ଗିର ଓ ସମ୍ବଲପୁରରୁ ୫ ଏବଂ ନୟାଗଡ଼ରୁ ୪ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧୩, ୭୪୯କୁ ବୃଦ୍ଧି ପାଇଛି।

ସେହିଭଳି ଆଜି ରାଜ୍ୟରେ ୧,୦୭୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୦୭୮ ଆକ୍ରାନ୍ତଙ୍କ ମଧ୍ୟରୁ ୭୨୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୫୭ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୩,୩୦୯ ଜଣ ସୁସ୍ଥ ହୋଇଥିବାବେଳେ ୬,୩୮୭ ଜଣ ଚିକିତ୍ସାଧୀନ ଅଛନ୍ତି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like