୨୦ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଏହି ଅଞ୍ଚଳରେ ସୃଷ୍ଟ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମରେ ସ୍ୱଳ୍ପ ଧରଣର ‍ବର୍ଷା ହୋଇପାରେ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୪ରୁ ୫ ଦିନ ଧରି ଏଭଳି ସ୍ଥିତି ଲାଗି ରହିପାରେ।

ଆସନ୍ତା ୨୦ରୁ ୨୧ ତାରିଖ ମଧ୍ୟରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ।  ଏହାସହ ପ୍ରବଳରୁ ଅତିପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି।  ୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି।  ଏ ନେଇ ଭୁବନଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍‌.ବିଶ୍ୱାସ କହିଛନ୍ତି।

You might also like