ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା !

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ଲଜ୍ଜା। ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ଏଭଳି ଲୋମଟାଙ୍କୁରା ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ। କେହି ଦୁର୍ବୃତ୍ତ ଜଣେ ୪ ବର୍ଷର ଝିଅକୁ ଦୁଷ୍କର୍ମ ପରେ ନିର୍ମମ ଭାବରେ ହତ୍ୟା କରି ଫୋପାଡ଼ି ଦେଇଥିବା ଅଭିଯୋଗ ହୋଇଛି।

ପରିବାର ଲୋକଙ୍କ କହିବା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଶିଶୁଟି ଖେଳିବାକୁ ଯାଇ ଆଉ ଘରକୁ ଫେରି ନଥିଲା। ପରିବାର ଲୋକେ ଖୋଜା ଖୋଜି କରିବା ପରେ ମଧ୍ୟ ଝିଅର କୌଣସି ସନ୍ଧାନ ମିଳିନଥିଲା।

ଆଜି ସକାଳେ ଗାଁ ହାଟ ପାଖ ମାରାମ୍ବୁରୁ ନାଳରେ ପଡିଥିବାର ସ୍ଥାନୀୟ ଲୋକମାନେ ଦେଖି ପୋଲିସକୁ ଖବର ଦେଇଥିଲେ। ଏହାପରେ ଏସଡିପିଓ, କଙ୍କଡ଼ାହାଡ଼ ଥାନା ଅଧିକାରୀ ଘଟଣାସ୍ଥଳରେ ସନ୍ଧାନୀ କୁକୁର ସହିତ ପହଞ୍ଚି ମୃତଦେହ ଉଦ୍ଧାର କରି ପୋଷ୍ଟ ମର୍ଟମ ପାଇଁ ପଠାଇଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି।

You might also like