ଆଶା, ଅଙ୍ଗନବାଡ଼ି କର୍ମୀଙ୍କୁ କରୋନା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ (ଟିଏମ୍‌ସି)ରେ ନିୟୋଜିତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ ଅଛନ୍ତି।

ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ହାଇସ୍କୁଲରେ ହୋଇଥିବା କ୍ୱାରେଣ୍ଟିନ୍‌‌ ସେଣ୍ଟରରେ ଏମାନେ ନିୟୋଜିତ ହୋଇଥିଲେ। ଏମାନଙ୍କ ଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିଲା। ତେବେ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ୍ ଆସିଛି।

ଅନ୍ୟପକ୍ଷରେ ଏହି ରିପୋର୍ଟ ଆସିବା ପରେ ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ୪୮ ଘଣ୍ଟା ପାଇଁ ଏହି ଦୁଇ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନ୍ୟ ୧୨ ଜଣ ଗୁଜରାଟ, କର୍ଣ୍ଣାଟକ ଓ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦ ଜଣ ସୁସ୍ଥ ହୋଇଥିବାବେଳେ ୪୯ ଜଣ ଚିକିତ୍ସାଧନ ଅଛନ୍ତି।

ଆହୁରି ମଧ୍ୟ ପଢ଼ନ୍ତୁ: ରାଜ୍ୟରେ ଆଉ ୧୨୯ କରୋନା ଆକ୍ରାନ୍ତ‌ ଚିହ୍ନଟ

You might also like