ସରପଞ୍ଚଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଦାଶ ବିଦ୍ୟାଧରପୁର ପଞ୍ଚାୟତର ସରପଞ୍ଚ ହରିହର ନନ୍ଦଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତ ଅଫିସ ଆଗରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଏହି ଆକ୍ରମଣରେ ହରିହରଙ୍କ ଅବସ୍ଥା ଗୁରୁତର ହୋଇଛି। ତାଙ୍କୁ ପ୍ରଥମେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଆହୁରି ବିଗିଡ଼ି ଯିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ହରିହର ନନ୍ଦ ସରପଞ୍ଚ ନିର୍ବାଚନରେ ବିଜୟୀ ହୋଇଥିଲେ। କିଛି ଦିନ ତଳେ ତାଙ୍କ ପଞ୍ଚାୟତ ଚର୍ଚ୍ଚାକୁ ଆସିଥିଲା। କବିର ଭୋଇ ନିଜ ସ୍ତ୍ରୀକୁ ଚିକିତ୍ସା ପାଇଁ ଟ୍ରଲିରେ କଟକ ନେଇଥିଲେ। ଦିନକ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହା ପରେ କବିରଙ୍କୁ ସମବେଦନା ଜଣାଇବାକୁ ନେତାଙ୍କ ସୁଅ ଛୁଟିଥିଲା। ରାଜନୈତିକ କାରଣରୁ ସରପଞ୍ଚ ହରିହର ନନ୍ଦଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like