ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଯାଜପୁରରେ ବିକ୍ଷୋଭ

ଯାଜପୁର: ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଯାଜପୁର ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କଳାବ୍ୟାଚ ପରିଧାନ କରିବା ସହ ହାତରେ ଫ୍ଲାକାର୍ଡ ଧରି  ସମ୍ବାଦିକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଏଥିରେ ଜିଲ୍ଲାର ବହୁ ବରିଷ୍ଠ ସାମ୍ବାଦିକ ମାନେ ସାମିଲ ହୋଇ ଘଟଣାକୁ ତୀବ୍ର ନିନ୍ଦା କରିଥିଲେ। ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ଆଇନ ଲାଗୁ କରିବାକୁ ସେମାନେ ଦାବି କରିଥିଲେ। ଯାଜପୁର ଗାନ୍ଧି ଛକରୁ ଏକ ଶୋଭାଯାତ୍ରାରେ ବାହାରି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।

You might also like