ସାବଧାନ ! ମାଡ଼ି ଆସୁଛି କାଳବୈଶାଖୀ, ଏହି ୨ ଜିଲ୍ଲାରେ ହୋଇପାରେ ଘୂର୍ଣ୍ଣି ଝଡ଼

ଘୂର୍ଣ୍ଣିଝଡ଼ ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ।ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି। ଏହାସହ ପାଣିପାଗ ବିଭାଗ କହିଛି ଯେ,  ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ଅଧିକ ରହିଛି।

ତେବେ ସ୍ଥିତିକୁ ନଜରରେ ରଖି ଉଭୟ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ ମାର୍ଚ୍ଚ ୩୦ ତାରିଖ ଠାରୁ ଅପ୍ରେଲ ୨ ତାରଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

You might also like