• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

ଭୁବନେଶ୍ୱର: ଲକଡାଉନ୍‌ରେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି ଅଟୋଚାଳକ। ଗତ ବର୍ଷ କରୋନାର ପ୍ରଥମ ଲହରରେ ୬ମାସରୁ ଅଧିକ ସମୟ ଅଟୋ ନଚଳାଇ ବଡ଼ କଷ୍ଟରେ ପରିବାର ପ୍ରତିପୋଷଣ କରୁଥିଲେ ଏମିତିକି ଟଙ୍କା ଧାର ଉଧାର କରି, ଘରର ସୁନା ବନ୍ଧକ ରଖି ଚଳିଥିଲେ। ଏବେ ପୁଣି ଦେଢ ମାସ ହେବ ଲକଡାଉନ୍ ତାଙ୍କ ମୁଣ୍ଡରେ ଚଡ଼କ ପକାଇଛି। କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପଦକ୍ଷେପ ଠିକ୍। ତେବେ ରୋଜଗାର ନଥିବା ଅଟୋ ଚାଳକଙ୍କୁ ପରିବାର ପ୍ରତିପୋଷଣ ଲାଗି କିଛି ପ୍ରୋତ୍ସାହନ ରାଶି ଯୋଗାଇବାକୁ ଦାବି କରିଛନ୍ତି ଅଟୋଚାଳକ ସଂଘ।

ଏଠାରେ କହିରଖୁଛୁ, ରାଜ୍ୟରେ ପୁଣି ୧୬ ଦିନ ପାଇଁ ଲକଡାଉନ୍ ବଢ଼ାଇଛନ୍ତି ସରକାର। ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ୍ ବେଳେ ପୂର୍ବରୁ ଜାରି ସମସ୍ତ କଟକଣା ବଳବତ୍ତର ରହିବ। ଏଥିସହ ସପ୍ତାହାନ୍ତ ସଟଡାଉନ୍ କଟକଣା ମଧ୍ୟ ଆଗଭଳି ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ତେବେ ସଂକ୍ରମଣ କମୁଥିବା ୩ଟି ଜିଲ୍ଲାରେ ଲକଡାଉନ୍ କଟକଣାକୁ ସାମାନ୍ୟ କୋହଳ କରାଯାଇଛି। କଟକଣା କୋହଳ ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼ ଏହି ୩ଟି ଜିଲ୍ଲାରେ ସକାଳ ୭ଟାରୁ ଦିନ ୧ଟା ଯାଏଁ କେବଳ ସେଲୁନ୍, ସ୍ପା ଓ ମଲ୍କୁ ଛାଡ଼ି ବାକି ସବୁ ଦୋକାନ ଖୋଲା ରହିବ।

ଏହି ୩ଟି ଜିଲ୍ଲାରେ ସଂକ୍ରମଣ ବଢ଼ିଲେ ପୁଣି କଟକଣା ଲାଗୁ ହେବ ଏବଂ ବାକି ୨୭ ଜିଲ୍ଲାରେ ସଂକ୍ରମଣ କମିଲେ ପର୍ଯ୍ୟାୟ କ୍ରମେ କଟକଣା କୋହଳ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ରାଜ୍ୟରେ କରୋନାର ଦ୍ୱିତୀୟ ଲହରକୁ କାବୁ କରିବା ପାଇଁ ପ୍ରଥମେ ମେ ୫ରୁ ୧୯ ଯାଏଁ ଲକଡାଉନ୍ ଘୋଷଣା ହୋଇଥିଲା, ଯାହାକୁ ପରେ ଜୁନ୍ ୧ ଯାଏଁ ଏବଂ ଆଜି ପୁଣି ଜୁନ୍ ୧୭ ଯାଏଁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।

ସେପଟେ, ଆଜି ବି ରାଜ୍ୟରେ ୭ ହଜାର ଉପରେ ରହିଛି ସଂକ୍ରମଣ। ରାଜ୍ୟରେ ୮ ହଜାର ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ ହଜାର ୭୨୯ ସଂକ୍ରମିତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ୪,୩୩୧ ଜଣ ଥିବାବେଳେ ଲୋକାଲ କେସ୍ ଅଛି ୩,୩୯୮  । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। 

ଅନ୍ୟପକ୍ଷେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବି କମିଛି। ଗତକାଲି ରାଜ୍ୟରେ ସର୍ବାଧିକ ୪୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ଆଉ ୩୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Auto-driver-family-face-many-problem-for-lockdown
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories