ପ୍ରବାସୀ ଓଡ଼ିଆଙ୍କୁ ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀ ପି.ବିଜୟନଙ୍କୁ ଚିଠି ଲେଖିଲେ ବୈଜୟନ୍ତ

ଭୁବନେଶ୍ୱର: କେରଳରେ ଫସିଥିବା ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର ଲାଗି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଚିଠି। କେରଳ ମୁଖ୍ୟମନ୍ତ୍ରୀ ପିନରୟୀ ବିଜୟନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକର କଣ୍ଡିରା, କୁରୁଣ୍ଟି, ସାତଭାୟା ପଞ୍ଚାୟତ ସହ ପଟ୍ଟାମୁଣ୍ଡାଇ ବ୍ଲକ ଅଂଚଳରୁ ଶତାଧିକ ଓଡ଼ିଆ ମହିଳା ଶ୍ରମିକ କେରଳରେ ଫସି ରହିଛନ୍ତି।

ଶ୍ରମିକମାନେ ସେଠାରେ ବିଭିନ୍ନ ପୋଷାକ ଫ୍ୟାକ୍ଟ୍ରିରିରେ କାମ କରୁଛନ୍ତି। କରୋନା କଟକଣା ଯୋଗୁଁ ଶ୍ରମିକମାନଙ୍କୁ ସେଠାରେ ଧମକଚମକ ସହ ଖାଇବାକୁ ନଦେଇ ଫ୍ୟାକ୍ଟ୍ରି ମାଲିକ କାର୍ଯ୍ୟ କରାଉଥିବା ଅଭିଯୋଗ ହୋଇଛି।

ଏ ନେଇ ଶ୍ରମିକମାନେ ଘରକୁ ଫୋନ କରି ଜଣାଉଥିବା ସେମାନଙ୍କ ପରିବାର ଲୋକେ କହିଛନ୍ତି। ଖବର ଜାଣିବା ପରେ ଶ୍ରମିକଙ୍କୁ ଉଦ୍ଧାର କରି ସେମାନଙ୍କ ରହିବା ଓ ଖାଇବା ବ୍ୟବସ୍ଥା କରିବା ସହ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ କେରଳ ମୁଖ୍ୟମନ୍ତ୍ରୀଙ୍କୁ ସେ ଚିଠି ଲେଖିଛନ୍ତି।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like