ଗଛରେ ପିଟି ହେଲା ଇନୋଭା, ବ୍ୟାଙ୍କ ମ୍ୟାନେଜର ମୃତ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର-ଟିଟିଲାଗଡ ରାସ୍ତାର ସାଗରପାଲି ଛକ ନିକଟରେ ଆଜି ଭୋର ୪ଟାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଭୀମଭୋଇ ମେଡିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଷ୍ଟେଟ୍‌ ବ୍ୟାଙ୍କ ଅଫ ଇଣ୍ଡିଆର ବ୍ରାଞ୍ଚ ମ୍ୟାନେଜର ଥିବାବେଳେ ଅନ୍ୟ ଜଣଙ୍କ ପରିଚୟ ମିଳିପାରିନି।

୪ ଜଣ ଗୋଟିଏ ଇନୋଭା କାର୍‌ରେ ନବରଙ୍ଗପୁରରୁ ଭୁବନେଶ୍ୱର ଯାଉଥିଲେ। ଏହି ସମୟରେ ସାଗରପାଲି ଛକ ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଇନୋଭାଟି ରାସ୍ତା କଡ଼ରେ ଥିବା ଗୋଟିଏ ଗଛରେ ପିଟି ହୋଇ ଯାଇଥିଲା। ଘଟଣାସ୍ଥଳରେ ବ୍ୟାଙ୍କ ମ୍ୟାନେଜର ଓ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଡ୍ରାଇଭର ଭୀମା ହରିଜନ ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ଦେଓଗାଁ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଭର୍ତ୍ତି କରିଛି। ଏହାସହ ପୋଲିସ୍‌ ଘଟଣାର ତତନ୍ତ କରୁଛି।

କିଛିଦିନ ତଳେ ନୟାଗଡ଼ରେ ୨ଟି ଦୁର୍ଘଟଣା ଘଟିଥିବା ବେଳେ ପାରାଦୀପରେ ଗୋଟିଏ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ

You might also like