ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବକଳେବର

ଭୁବନେଶ୍ୱର: ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବକଳେବର। ରାଜ୍ୟ କ୍ୟାବିନେଟ୍‌ରେ ଏନେଇ ନିଷ୍ପତ୍ତି ହୋଇଛି। ବସ୍‌ଷ୍ଟାଣ୍ଡର ନବୀକରଣ ପାଇଁ ୧୭୦କୋଟି ଟଙ୍କା ଖର୍ଚ୍ଚ ହେବ। ୨ବର୍ଷରେ ବସ୍‌ଷ୍ଟାଣ୍ଡର ନବୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସମୁଦାୟ ୧୦ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି।

ଚଳିତବର୍ଷ ୬୦ଲକ୍ଷ ଟନ୍ ଧାନ ଓ ୪୧ଲକ୍ଷ ଟନ୍ ଚାଉଳ ସଂଗ୍ରହ ହେବ। ରାଜ୍ୟ କ୍ୟାବିନେଟ୍‌ରେ ଧାନ ଓ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ଗୃହୀତ ହେବା ପରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।  ପୂର୍ବରୁ ୪୮ରୁ ୭୨ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଟଙ୍କା ମିଳୁଥିବାବେଳେ ବର୍ତ୍ତମାନ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ।

ଧାନ ସଂଗ୍ରହରେ ପାକ୍ସ, ଲାମ୍ପସ ସହ SHG ମହିଳା ସାମିଲ ହେବେ। ଗତବର୍ଷ ଧାନ ସଂଗ୍ରହ ଲକ୍ଷ୍ୟ ୫୫ ଲକ୍ଷ ଟନ୍ ଥିବାବେଳେ ଚଳିତ ବର୍ଷ ୫ ଲକ୍ଷ ଟନ୍ ବୃଦ୍ଧି କରାଯାଇଛି। ସବୁ ଚାଷୀଙ୍କ ଠାରୁ ଧାନ କିଣାଯିବା ନେଇ ଯୋଜନା ଥିବାରୁ ଲକ୍ଷ୍ୟ ଧାର୍ଯ୍ୟ ବୃଦ୍ଧି କରାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like