ସୁପ୍ରିମକୋର୍ଟ ଗଲେ ବର୍ଷା

କଟକ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତିଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ଅନୁଭବ ଦାୟର କରିଥିବା ଛାଡ଼ପତ୍ର ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି।

ପରିଚାଳନା ସୁବିଧା ପାଇଁ ମାମଲା ସ୍ଥାନାନ୍ତର ନିମନ୍ତେ ବର୍ଷା ସୁପ୍ରିମକୋର୍ଟରେ ଆବେଦନ କରିବେ ବୋଲି କିଛିଦିନ ତଳେ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଥିଲେ।

ତେବେ ବର୍ଷାଙ୍କ ପିଟିସନ ଉପରେ କ୍ୟାଭେଟ ଫାଇଲ୍ କରିଛନ୍ତି ଅନୁଭବ।

କିଛି ଦିନ ତଳେ ଏହି ପ୍ରସଙ୍ଗକୁ ନେଇ ଉଭୟ ଅନୁଭବ ଓ ବର୍ଷା ସୋସିଆଲ୍‌ ମିଡିଆରେ ମାଧ୍ୟମରେ ପରସ୍ପରକୁ ଆରୋପ ପ୍ରତ୍ୟାରୋପ କରିଥିଲେ। ଯାହାକୁ ନେଇ ସୋସିଆଲ୍‌ ମିଡିଆରେ ପତି-ପତ୍ନୀଙ୍କ କଳି ତୀବ୍ର ହୋଇଥିଲା।

ସୂଚନାଥାଉ କି, ଅନୁଭବଙ୍କ ବିରୋଧରେ ପାରିବାରିକ ହିଂସା ମାମଲା ନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା। ଏ ନେଇ ବର୍ଷା କଟକ SDJM କୋର୍ଟରେ ମାମଲା ଦାୟର କରିଛନ୍ତି। ପାରିବାରିକ ହିଂସା ନିରୋଧ ଆଇନ ଧାରା-୧୨ ଅନୁଯାୟୀ ମାମଲା ଦାୟର ହୋଇଛି।

You might also like