ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ନିଆଁ

ଭୁବନେଶ୍ୱର: ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସରେ ନିଆଁ ଲାଗି ଯାଇଛି। ନୂଆଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ବେଳେ ଭଦ୍ରକ-ବାଲେଶ୍ୱର ମଧ୍ୟବର୍ତ୍ତୀ ଖନ୍ତାପଡ଼ା ଷ୍ଟେସନ ପାଖ ଅତାପୁର ନିକଟରେ ଟ୍ରେନରେ ନିଆଁ ଲାଗିଛି।

ଟ୍ରେନର ଶେଷକୁ ଥିବା ଜେନେରେଟର ବଗିରୁ ଏହି ନିଆଁ ଲାଗିଥିବା କୁହାଯାଉଛି। ନିଆଁ ଲାଗିବା ପରେ ଟ୍ରେନରୁ ଜେନେରେଟର ବଗିକୁ ଅଲଗା କରାଯାଇଛି। ନିଆଁ ଲିଭାଇବାକୁ ୩ଟି ଦମକଳ ଗାଡ଼ି ଉଦ୍ୟମ ଜାରି ରଖିଛନ୍ତି।

ଅଗ୍ନିକାଣ୍ଡରେ କୌଣସି ଯାତ୍ରୀଙ୍କର କିଛି କ୍ଷତି ହୋଇ ନ ଥିବା ସୂଚନା ମିଳିନାହିଁ। OTVକୁ ବାଲେଶ୍ୱର ଷ୍ଟେସନ ମ୍ୟାନେଜର ଏହି ସୂଚନା ଦେଇଛନ୍ତି।

You might also like