ବେଲ ପଣା ପିଇ ୪ ଅସୁସ୍ଥ

ନୀଳଗିରି(ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ୍ ଅନ୍ତର୍ଗତ ହାଟସାହି ଗାଁରେ ବେଲ ପଣା ପିଇ ୪ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଅଛନ୍ତି।

ଗତକାଲି ସମସ୍ତେ ବେଲ ପଣା ପିଇଥିଲେ। ଏହାପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଆଜି ସକାଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

You might also like