ବର୍ଷା ସହ ବଜ୍ରପାତ ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ରାଜ୍ୟର ଦୁଇଟି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ ଜିଲ୍ଲାବାସୀଙ୍କୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଭୁବନେଶ୍ୱର: ରାଜ୍ୟର ଦୁଇଟି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ ଜିଲ୍ଲାବାସୀଙ୍କୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।