ବିଜେପୁର ଭୋଟ: ଆଗରେ ବିଜେଡି

ବରଗଡ଼: ବିଜେପୁର ବିଧାନସଭା ଆସନ ପାଇଁ ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ପ୍ରଥମ ରାଉଣ୍ଡ ଓ  ଦ୍ୱିତୀୟ ରାଉଣ୍ଡ ପରେ ତୃତୀୟ ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମ ଦୁଇ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୀତା ସାହୁ ଆଗରେ ଥିବାବେଳେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧ ମଧ୍ୟ ସେ ଆଗରେ ଅଛନ୍ତି।

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି  ୪୭୮୮ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଥିଲା। ରୀତା ସାହୁଙ୍କୁ ୭୦୦୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୨୨୧୭ ଓ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡାଙ୍କୁ ୩୧୭ ଖଣ୍ଡ ଭୋଟ୍ ମିଳିଥିଲା।

୩ୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରୀତା ସାହୁ ୧୬, ୪୭୩ ଭୋଟ୍‌ରେ ଆଗୁଆ ଥିବା ଜଣାଯାଇଛି।

ଭୋଟ୍ ଗଣତି ପାଇଁ ୧୪ଟି ଟେବୁଲ୍ ଓ ଗୋଟିଏ ରାଉଣ୍ଡ ଟେବୁଲର ବ୍ୟବସ୍ଥା କରାଯାଇଛି। ସମୁଦାୟ ୨୧ଟି ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ଏଥିପାଇଁ ୧୨୦ ଜଣ କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ପ୍ରତି ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ୍ ଓ ମାଇକ୍ରୋ ଅବଜରଭର୍ ରହିଛନ୍ତି। ସମଗ୍ର ଆରଏମସି ପରିସରକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ୧ ପ୍ଲାଟୁନ୍ ଓଏସ୍ଏପି, ୧ କଂପାନୀ ସିଆରପିଏଫ୍ ଓ ସ୍ଥାନୀୟ ପୁଲିସର ପାଟ୍ରୋଲିଂ ଦଳ ନିୟୋଜିତ ହୋଇଛନ୍ତି।

You might also like