ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ। ଚଳିତଥର ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ପାଳନ ହେବ ବିଜୁବାବୁଙ୍କ ଶ୍ରାଦ୍ଧବାର୍ଷିକୀ। ସାରା ବିଶ୍ୱ ବର୍ତ୍ତମାନ କରୋନା ମହାମାରୀକୁ ମୁକାବିଲା କରୁଥିବାବେଳେ ଏହାକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର କର୍ମୀ ଓ ନେତା ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବାକୁ କୁହାଯାଇଛି। ଏ ନେଇ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡ଼ି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ଏହି ସୂଚନା ଦେଇଛନ୍ତି।