ହାଇୱା ତଳେ ଚାପି ହୋଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
କୋଣାର୍କ ( ସଂଜୟ ପତି) : ପୁରୀ ଜିଲ୍ଲା କାକଟପୁର ରାସ୍ତା କଲରା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ହାଇୱା ତଳେ ଚାପି ହୋଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମୃତକ ହେଲେ ଜଗନ୍ନାଥପୁରର ବାବୁଲି ବେହେରା। ଆହତ ପ୍ରକାଶ କାଣ୍ଡିଙ୍କୁ ଚାରି ଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ନିମାପଡ଼ା-କାକଟପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ପୁଲିସ୍ ଘଟଣାସ୍ଥଳରେ […]
କୋଣାର୍କ ( ସଂଜୟ ପତି) : ପୁରୀ ଜିଲ୍ଲା କାକଟପୁର ରାସ୍ତା କଲରା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ହାଇୱା ତଳେ ଚାପି ହୋଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।
ମିଳିଥିବା ସୂଚନା ମୁତାବକ, ମୃତକ ହେଲେ ଜଗନ୍ନାଥପୁରର ବାବୁଲି ବେହେରା। ଆହତ ପ୍ରକାଶ କାଣ୍ଡିଙ୍କୁ ଚାରି ଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ନିମାପଡ଼ା-କାକଟପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।