ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ

ଭୁବନେଶ୍ୱର: ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା।

ସେ ଲିଭର୍‌ କ୍ୟାନସରରେ ପୀଡିତ ଥିଲେ। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଗତ ଏପ୍ରିଲ ୩୦ରୁ ସେ ଚିକିତ୍ସାଧୀନ ଥିଲେ। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ବିଜେଡିରେ ଯୋଗ ଦେଇଥିଲେ।

ସୁବାସ ଚୌହାନଙ୍କ ପରଲୋକରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି। ଏହି ଅବସରରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଶୋକ ପ୍ରକାଶ କରିଛନ୍ତି। ସେ  କହିଛନ୍ତି, ଓଡ଼ିଶା ରାଜନୀତିରେ ଅପୂରଣୀୟ କ୍ଷତି।

ସେହପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସମସ୍ତେ ପରିବାର ପ୍ରତି ସମବେଦନା ଜ୍ଞାପନ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

You might also like