ବିଜେଡିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଏନେଇ ପ୍ରେସ୍ ରିଲିଜ ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।
ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ହେଉଛନ୍ତି ପ୍ରଦୀପ ପାଣିଗ୍ରାହୀ।
ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କ ସହ ନିଲମ୍ବିତ IFS ଅଧିକାରୀ ଅଭୟ ପାଠକଙ୍କ ପୁଅଙ୍କର ବାହାଘର ଠିକ୍ ହୋଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ ଏବେ ଜେଲ୍ରେ ଅଛନ୍ତି। ଉଭୟଙ୍କୁ ଭିଜିଲାନ୍ସ ଗିରଫ କରିଥିଲା।