ବିଜେପି କର୍ମୀଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ପୁଣି ନିର୍ବାଚନୀ ହିଂସା। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଗଝୋଳ ଗାଁର ଜଣେ ବିଜେପି କର୍ମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସଦାଶିବ ପ୍ରଧାନ।

ସଦାଶିବଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ତେବେ ଏହା ରାଜନୈତିକ ହତ୍ୟାକାଣ୍ଡ ବୋଲି ଅଭିଯୋଗ ହୋଇଛି। ଏହି ଘଟଣା ପରେ ଅଗଝୋଳ ଗାଁରେ ଉତ୍ତେଜନା ଦେଖା ଦେଇଛି। ଫଳରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ଖୋର୍ଦ୍ଧାର ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା।

You might also like