ରାଜ୍ୟର ୨ ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ୱର: ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜେପି ଆଜି ପ୍ରାର୍ଥୀ ଘୋଷଣା କରିଛି।

ବାଲେଶ୍ୱର ସଦର ପାଇଁ ମାନସ କୁମାର ଦତ୍ତଙ୍କୁ ବିଜେପି ପକ୍ଷରୁ ପ୍ରାର୍ଥୀ କରାଯାଇଥିବା ବେଳେ ତିର୍ତ୍ତୋଲ ପାଇଁ ରାଜକିଶୋର ବେହେରାଙ୍କୁ ବିଜେପି ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା କରାଯାଇଛି।

ଅକ୍ଟୋବର ୧୬ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ଅକ୍ଟୋବର ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ସେହିପରି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୧୯। ଏହା ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବ ଓ ନଭେମ୍ବର ୧୦ରେ ନିର୍ବାଚନର ଫଳାଫଳ ପ୍ରକାଶ ପାଇବ।

କୋଭିଡ୍ କଟକଣା ଭିତରେ ସୁରୁଖୁରୁରେ ନିର୍ବାଚନ ପରିଚାଳନା ପାଇଁ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି। କରୋନା ଆକ୍ରାନ୍ତ ମଧ୍ୟ ଭୋଟ୍ ଦେଇପାରିବେ। ଶେଷ ୧ ଘଣ୍ଟାରେ ସେମାନଙ୍କ ପାଇଁ ଭୋଟ୍ ଦେବାର ବ୍ୟବସ୍ଥା କରାଯାଉଛି। ବୁଥ୍‌ରେ ଗହଳି ଏଡ଼ାଇବାକୁ ପ୍ରତି ହଜାରେ ଭୋଟରଙ୍କ ପାଇଁ ହେବ ଗୋଟିଏ ମତଦାନ କେନ୍ଦ୍ର।

ସାମାଜିକ ଦୂରତା ରକ୍ଷାକୁ ଗୁରୁତ୍ୱ ଦିଆଯିବ ସହିତ ମାସ୍କ ଓ ସାନିଟାଇଜର୍ ବ୍ୟବସ୍ଥା ମଧ୍ୟ କରାଯିବ। କରୋନା କଟକଣା ମାନି ଭୋଟରମାନେ ମତାଧିକାର ସାବ୍ୟସ୍ତ କରିବେ। ପ୍ରଥମ ଥର ପାଇଁ ଏହି ନିର୍ବାଚନରେ ନିୟୋଜିତ ସରକାରୀ କର୍ମଚାରୀ, ୮୦ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ କରୋନା ସଂକ୍ରମିତମାନେ ପୋଷ୍ଟାଲ ବାଲଟ୍‌ରେ ନିଜର ମତଦାନ କରିବେ।

ଆହୁରି ପଢ଼ନ୍ତୁ

ପରୀ ହତ୍ୟା ପ୍ରସଙ୍ଗରେ ସମ୍ବିତଙ୍କ ପ୍ରଶ୍ନ; ଓଡ଼ିଶାର ୯ ଜଣ କଂଗ୍ରେସ ବିଧାୟକ କାହିଁକି ଚୁପ୍ ?

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

You might also like