ଭୁବନେଶ୍ୱର: ବ୍ରଜରାଜନଗରର ପୂର୍ବତନ ବିଧାୟିକା ତଥା ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ବରଗଡ଼ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୀର୍ଘ ଦିନରୁ ସେ ଡାଇବେଟିସ୍ ଓ ଶ୍ୱାସ ଜନିତ ରୋଗରେ ପୀଡ଼ିତ ଅଛନ୍ତି।
ଶନିବାର ଦିନ ସ୍ୱାସ୍ଥ୍ୟବସ୍ଥା ଜଟିଳ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସଂପର୍କୀୟ କହିଛନ୍ତି।
ରାଧାରାଣୀଙ୍କ ଅସୁସ୍ଥତା ଖବର ପାଇ ସମର୍ଥକ ଓ ଶୁଭେଚ୍ଛୁ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ୨୦୧୪ରେ ବିଜେପି ଟିକେଟ୍ରେ ସେ ବ୍ରଜରାଜନଗରରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ସେ ପରାଜିତ ହୋଇଥିଲେ।