ମନ୍ତ୍ରୀ ପଦରୁ ଅରୁଣ ସାହୁଙ୍କ ଇସ୍ତଫା ଦାବି କଲା ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ନୟାଗଡ଼ର ୫ ବର୍ଷୀୟ ଝିଅ ପରୀକୁ ନ୍ୟାୟ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି ମହିଳା ମୋର୍ଚ୍ଚା। ଭୁବନେଶ୍ୱରରେ ବିଜେପି ମହିଳା ମୋର୍ଚ୍ଚାର କର୍ମକର୍ତ୍ତା ପୋଷ୍ଟର ଓ ବ୍ୟାନର ଧରି ବିକ୍ଷୋଭ ଓ ନାରାବାଜି କରିଛନ୍ତି। ମନ୍ତ୍ରୀ ପଦରୁ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛି ମହିଳା ମୋର୍ଚ୍ଚା।

ମୃତ୍ୟୁର ଅଭିଯୁକ୍ତ କୁହାଯାଉଥିବା ବାବୁଲି ନାୟକ ସହ ମନ୍ତ୍ରୀ ଅରୁଣ ସାହୁଙ୍କ ସମ୍ପୃକ୍ତି ଥିବା ଏକ ଫଟୋ ଦେଖାଇ ନାରାବାଜି କରିଛନ୍ତି। ବାବୁଲି ନାଏକର ଗିରଫ ସହ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛନ୍ତି ମହିଳା ମୋର୍ଚ୍ଚା ସଦସ୍ୟା।

ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାକୁ ନେଇ ସାରା ରାଜ୍ୟରେ ତୁମ୍ଭି ତୋଫାନ ଚାଲିଥିବା ବେଳେ ଏକ ଭାଇରାଲ୍ ଅଡିଓକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି।

ନୟାଗଡ଼ ପରୀ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିଷ୍ପତ୍ତି ନିଆଯାଇଛି। କ୍ରାଇମବ୍ରାଞ୍ଚ ତଦନ୍ତ ନେଇ ଗୃହରେ ବିବୃତି ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର।

You might also like