ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଅମିତ ଶାହ

ଭୁବନେଶ୍ୱର: ସାଲେପୁର ସମାବେଶକୁ ଆସିବା ପୂର୍ବରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମସ୍ଥାନ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଆଜି ଅମିତ ଶାହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ହେଲିକପ୍ଟରରେ ସତ୍ୟଭାମାପୁର ଯାଇଥିଲେ। ସେଠାରେ ଅମିତ ଶାହଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତା ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।

ନିର୍ବାଚନ ପାଇଁ ଦଳୀୟ କର୍ମୀଙ୍କୁ ଆଜି ଶାହ କ’ଣ ଗୁରୁମନ୍ତ୍ର ଦେଉଛନ୍ତି… ଏହା ଉପରେ ସମସ୍ତଙ୍କ ନଜର ରହିବ। ସେହିପରି ପୂର୍ବରୁ ନବୀନଙ୍କୁ କଡ଼ା ଭାଷାରେ ସମାଲୋଚନା କରିଥିବା ଶାହଙ୍କ ଆଭିମୁଖ୍ୟ ଏଥର କିପରି ରହିବ ତାକୁ ନେଇ ମଧ୍ୟ ଚର୍ଚ୍ଚା ଚାଲିଛି।

You might also like